ଅନୁଗୋଳ ଜିଲ୍ଲା ବଅଁରପାଳ ବ୍ଲକ,ରାମିମୁଣ୍ଡା, କଙ୍କିନାଳି,ସାନ୍ତରାପୁର,ଅରାହାଟ,ବଉଳିଗଡ ଗ୍ରାମରେ ବିଶ୍ଵ ଯୁବ କେନ୍ଦ୍ର ବଣୀନାଳୀ ଅନୁଗୋଳ ଦ୍ୱାରା ପରିଚାଳିତ “ଜଷ୍ଟ ରାଇଟ ଫର୍ ଚିଲଡ୍ରେନ୍” ଦ୍ୱାରା ଗ୍ରାମ ସ୍ତରୀୟ ଶିଶୁ ସୁରକ୍ଷା ଓ କଲ୍ୟାଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ନାଏବ ସରପଞ୍ଚ,ଅଙ୍ଗନୱାଡି କର୍ମୀ,ୱାର୍ଡମେମ୍ୱର, ଆଶା ଏବଂ କିଶୋରୀ ଉପସ୍ଥିିତ ରହିଥିଲେ।
ଶିଶୁଙ୍କୁ ନିଜର ଅଧିକାରରୁ ବଞ୍ଚିତ କରି ବାଲ୍ୟ ବିବାହ, ଶିଶୁ ଚାଲାଣ, ଶିଶୁ ଯୌନ ନିର୍ଯାତନା, ଶିଶୁ ଶ୍ରମିକ ତଥା ଜୀବନ ପ୍ରତି ବିପଦ ସଙ୍କୁଳନ କାର୍ଯ୍ୟରେ ନିୟୋଜିତ ତଥା ଏହାର ଭୟାବହତା ଉପରେ ଆଲୋଚନା କରାଯାଇ ଥିଲା। ବାଲ୍ୟ ବିବାହ ତଥା ଶିଶୁ ଙ୍କୁ ଶ୍ରମରେ ନିୟୋଜିତ କରୁଥିବା ଲୋକଙ୍କ ପାଇଁ ଭାରତୀୟ ଆଇନ୍ ଅନୁଯାୟୀ ବାଲ୍ୟ ବିବାହର ଦଣ୍ଡ ବିଧାନ ଓ ନିୟମାବଳୀ ଏବଂ ପ୍ରତେକ ଶିଶୁର ଚାରୋଟି ପ୍ରାଥମିକ ଅଧିକାର ବିଷୟରେ ଆଲୋଚନା କରାଯାଇଥିଲା। “ବିଶ୍ଵ ଯୁବ କେନ୍ଦ୍ର”ର ନିର୍ଦ୍ଦେଶକ ମନୋଜ କୁମାର ମହାପାତ୍ର ଓ ପୂଜା ସ୍ୱାଇଁଙ୍କ ତତ୍ଵା ବଧାନରେ ପ୍ରକଳ୍ପ ସହଯୋଗୀ ଲକ୍ଷ୍ମୀ ବେହେରା ସଭା ପରିଚାଳନା କରିଥିଲେ।
