ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୂର୍ବାହ୍ନରେ ଲୋକ ସେବା ଭବନରେ ମିଶନ ଶକ୍ତି ବିଭାଗର ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଛନ୍ତି। ମିଶନ ଶକ୍ତିର ବିଭିନ୍ନ କାର୍ଯ୍ୟକୁ ମଧ୍ୟ ପ୍ରଶଂସା କରିବା ସହିତ ମହିଳା ସଶକ୍ତିକରଣ ଦିଗରେ ଆହୁରି ଆଗକୁ ଯିବାକୁ ମୁଖ୍ୟମନ୍ତ୍ରୀ ପ୍ରୋତ୍ସାହିତ କରିଛନ୍ତି। ମିଶନ ଶକ୍ତି ବିଭାଗର ବିଭାଗୀୟ ମନ୍ତ୍ରୀ ଏବଂ କମିଶନର ତଥା ଶାସନ ସଚିବ ସୁଜାତା ଆର୍ କାର୍ତ୍ତିକେୟନ୍ ବିଭାଗର କାର୍ଯ୍ୟକ୍ରମ ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ସବିଶେଷ ତଥ୍ୟ ଉପସ୍ଥାପନ କରିଥିଲେ।
