ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପବିତ୍ର ରଥଯାତ୍ରା ସମ୍ବନ୍ଧୀତ ଏକ ପ୍ରସ୍ତୁତି ବୈଠକ ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ପ୍ରଦିପ କୁମାର ଅମାତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ବିଭାଗୀୟ ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂଙ୍କ ଉପସ୍ଥିତିରେ ଅନୁଷ୍ଠିତ ଏହି ବୈଠକରେ ରଥଯାତ୍ରାର ସିଧାପ୍ରସାରଣ ସମେତ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇଥିଲା। ଅଧିକ ଆନ୍ତରିକତା ଓ ନିଷ୍ଠାର ସହ ମହାପ୍ରଭୁଙ୍କ ପବିତ୍ର ଯାତ୍ରାର ପରିଚାଳନା କରିବାକୁ ମନ୍ତୀ ଶ୍ରୀ ଅମାତ୍ ପରାମର୍ଶ ଦେଇଥିଲେ। ରଥଯାତ୍ରାର ବିଭିନ୍ନ କାର୍ଯ୍ୟକ୍ରମ ଗୁଡିକ ଦେଶବିଦେଶରେ ଅଧିକ ପ୍ରସାର ନିମନ୍ତେ ବିଭାଗ ପକ୍ଷରୁ ପଦକ୍ଷେପ ନେବାକୁ ପ୍ରମୁଖ ଶାସନ ସଚିବ ଶ୍ରୀ ସିଂ ନିର୍ଦ୍ଦେଶ ଦେଇଥିଲେ।

Leave a Reply

Your email address will not be published. Required fields are marked *

Follow by Email
Twitter
Instagram
Telegram
WhatsApp
error: Content is protected !!