ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୫ଟି ସଚିବ ଭି.କେ. ପାଣ୍ଡିଆନ ଢେଙ୍କାନାଳର ଯୋରନ୍ଦା ସ୍ଥିତ ମହିମା ଗାଦି ପରିଦର୍ଶନ କରିଛନ୍ତି।ମହିମା ଗାଦିର ବିକାଶ, ସୌନ୍ଦର୍ଯ୍ୟକରଣ ଓ ରୂପାନ୍ତର ପାଇଁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶକ୍ରମେ ନିଷ୍ପତ୍ତି ଗ୍ରହଣ କରାଯାଉଥିବା ସଚିବ ଉଲ୍ଲେଖ କରିଛନ୍ତି। ସାଧୁସନ୍ଥଙ୍କ ପରାମର୍ଶ ଓ ପ୍ରସ୍ତାବକ୍ରମେ ମନ୍ଦିର ଓ ପ୍ରାର୍ଥନା ଗୃହ ଆଦି ନିର୍ମାଣରେ ସହଯୋଗ ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ପ୍ରତିବଦ୍ଧତା ପ୍ରକାଶ କରିଛନ୍ତି ବୋଲି ସଚିବ ଜଣାଇଛନ୍ତି।
