ଭୁବନେଶ୍ବର: ରାଜ୍ୟ ସରକାର ଶନିବାର ବରିଷ୍ଠ ଆଇଏଏସ୍‌ ସ୍ତରରେ ଅଦଳବଦଳ କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବୀର ବିକ୍ରମ ଯାଦବଙ୍କୁ ବଦଳି କରାଯାଇଛି। ଶ୍ରୀ ଯାଦବଙ୍କ ସ୍ଥାନରେ ୨୦୦୭ ବ୍ୟାଚର ଆଇଏଏସ୍‌ ରଞ୍ଜନ କୁମାର ଦାସଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଅବସ୍ଥାପିତ କରାଯାଇଛି। ସୂଚନାଯୋଗ୍ୟ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଏଣିକି ସ୍ବତନ୍ତ୍ର ସଚିବ ପାହ୍ୟା ମିଳିବ।ସେହିପରି ରାଜ୍ୟ ସରକାର ଦିଲ୍ଲୀପ ରାଉତରାୟଙ୍କୁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ନିର୍ଦ୍ଦେଶକ ଭାବେ ନିଯୁକ୍ତି ଦେଇଛନ୍ତି। ୨୦୦୩ ବ୍ୟାଚର ଆଇଏଏସ୍‌ ଅଧିକାରୀ ଶ୍ରୀକାନ୍ତ ପୃଷ୍ଟିଙ୍କୁ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ସ୍ୱତନ୍ତ୍ର ସଚିବ ଦାୟିତ୍ବ ମିଳିଛି। ଶ୍ରୀକାନ୍ତ ପୃଷ୍ଟି ଏବେ ହସ୍ତତନ୍ତ୍ର, ହସ୍ତଶିଳ୍ପ ଓ ବୟନଶିଳ୍ପ ବିଭାଗରେ କାର୍ଯ୍ୟରତ ଅଛନ୍ତି।

Leave a Reply

Your email address will not be published. Required fields are marked *

Follow by Email
Twitter
Instagram
Telegram
WhatsApp
error: Content is protected !!