ଗ୍ରାମ ସ୍ତରୀୟ ଶିଶୁ ସୁରକ୍ଷା ସମ୍ପର୍କିତ ସଚେତନତା
ଅନୁଗୋଳ ଜିଲ୍ଲା ବଅଁରପାଳ ବ୍ଲକର ବଉଳିଗଡ,ଗଡ଼ସନ୍ତ୍ରି ଗ୍ରାମପଞ୍ଚାୟତର ଗଡସନ୍ତ୍ରୀ, ଭକ୍ତପୁର ସିମିଳିଛୁଇଁ, ଅରାହାଟ, ପୁରିକିଆ, ଗ୍ରାମରେ ବିଶ୍ଵ ଯୁବ କେନ୍ଦ୍ର ବଣୀନାଳୀ ଅନୁଗୋଳ ଦ୍ୱାରା ପରିଚାଳିତ ରେ ଅଙ୍ଗନୱାଡି କର୍ମୀ, କିଶୋରୀଙ୍କ ଉପସ୍ଥିିତିରେ ଜିଲ୍ଲାରେ ଶିଶୁଙ୍କୁ ନିଜର ଅଧିକାରରୁ ବଞ୍ଚିତ କରି ବାଲ୍ୟବିବାହ, ଶିଶୁ ଚାଲାଣ, ଶିଶୁ ଯୌନ ନିର୍ଯାତନା, ଶିଶୁ ଶ୍ରମିକ ତଥା ଜୀବନ ପ୍ରତି ବିପଦ ସଙ୍କୁଳନ କାର୍ଯ୍ୟ ରେ ନିୟୋଜିତ ତଥା ଏହାର ଭୟାବହତା ଉପରେ ଆଲୋଚନା କରାଯାଇ ଥିଲା। ବାଲ୍ୟ ବିବାହ ତଥା ଶିଶୁ ଙ୍କୁ ଶ୍ରମରେ ନିୟୋଜିତ କରୁଥିବା ଲୋକଙ୍କ ପାଇଁ ଭାରତୀୟ ଆଇନ୍ ଅନୁଯାୟୀ ବାଲ୍ୟ ବିବାହର ଦଣ୍ଡ ବିଧାନ ଓ ନିୟମାବଳୀ ଏବଂ ପ୍ରତେକ ଶିଶୁର ଚାରୋଟି ପ୍ରାଥମିକ ଅଧିକାର ବିଷୟରେ ଆଲୋଚନା କରାଯାଇଥିଲା। ବିଶ୍ଵ ଯୁବ କେନ୍ଦ୍ରର ନିର୍ଦ୍ଦେଶକ ମନୋଜ କୁମାର ମହାପାତ୍ର ଓ ପୂଜା ସ୍ୱାଇଁ ଓ ଅଭିଷେକ ମହାପାତ୍ରଙ୍କ ତତ୍ଵାବଧାନରେ ପ୍ରକଳ୍ପ ସହଯୋଗୀ ଶ୍ରୀମତୀ ଲକ୍ଷ୍ମୀ ବେହେରା ସଭା ପରିଚାଳନା କରିଥିଲେ।
