ଅନୁଗୋଳ ଜିଲ୍ଲା ବଅଁରପାଳ ବ୍ଲକ ସାନ୍ତରାପୁର ,ବଉଳିଗଡ, ଗଡସନ୍ତ୍ରି ଗ୍ରାମପଞ୍ଚାୟତରେ ବିଶ୍ଵ ଯୁବ କେନ୍ଦ୍ର ବଣୀନାଳୀ ଅନୁଗୋଳ ଦ୍ୱାରା ପରିଚାଳିତ ଜଷ୍ଟ ରାଇଟ ଫର୍ ଚିଲଡ୍ରେନ୍ ଦ୍ୱାରା ଗ୍ରାମ ପଞ୍ଚାୟତ ସ୍ତରୀୟ ଶିଶୁ ସୁରକ୍ଷା ଓ କଲ୍ୟାଣ ବୈଠକ ଅନୁଷ୍ଠିତ ହୋଇଯାଇଛି l
ଏହି କାର୍ଯ୍ୟକ୍ରମରେ ଅଙ୍ଗନୱାଡି କର୍ମୀ, ସରପଞ୍ଚ, ସମିତି ସଭ୍ୟ, ପିଇଓ ,ୱାର୍ଡମେମ୍ୱର,ଆଶା,କିଶୋରୀ ଉପସ୍ଥିିତଥିଲେ l ଶିଶୁଙ୍କୁ ନିଜର ଅଧିକାରରୁ ବଞ୍ଚିତ କରି ବାଲ୍ୟ ବିବାହ , ଶିଶୁ ଚାଲାଣ, ଶିଶୁ ଯୌନ ନିର୍ଯାତନା, ଶିଶୁ ଶ୍ରମିକ ତଥା ଜୀବନ ପ୍ରତି ବିପଦ ସଙ୍କୁଳନ କାର୍ଯ୍ୟ ରେ ନିୟୋଜିତ ତଥା ଏହାର ଭୟାବହତା ଉପରେ ଆଲୋଚନା କରାଯାଇ ଥିଲା l
ବାଲ୍ୟ ବିବାହ ତଥା ଶିଶୁଙ୍କୁ ଶ୍ରମରେ ନିୟୋଜିତ କରୁଥିବା ଲୋକଙ୍କ ପାଇଁ ଭାରତୀୟ ଆଇନ୍ ଅନୁଯାୟୀ ବାଲ୍ୟ ବିବାହ ର ଦଣ୍ଡ ବିଧାନ ଓ ନିୟମାବଳୀ ଏବଂ ପ୍ରତେକ ଶିଶୁ ର ଚାରୋଟି ପ୍ରାଥମିକ ଅଧିକାର ବିଷୟରେ ଆଲୋଚନା କରାଯାଇଥିଲା l ବିଶ୍ଵ ଯୁବ କେନ୍ଦ୍ର ର ନିର୍ଦ୍ଦେଶକ ମନୋଜ କୁମାର ମହାପାତ୍ର ଓ ପୂଜା ସ୍ୱାଇଁ ଏବଂ ଅଭିଷେକ ମହାପାତ୍ରଙ୍କ ତତ୍ଵାବଧାନ ରେ ପ୍ରକଳ୍ପ ସହଯୋଗୀ ଲକ୍ଷ୍ମୀ ବେହେରା ସଭା ପରିଚାଳନା କରିଥିଲେ।
